ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
ଭୁବନେଶ୍ୱର:ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଲଘୁଚାପ କ୍ରମେ ଘନୀଭୂତ ହୋଇ ୨୪ରେ ବାତ୍ୟାରେ ପରିଣତ ହେବ । କ୍ରମେ ଅତି ଭୀଷଣ ବାତ୍ୟାରେ ପରିଣତ ହୋଇ ଉପକୂଳ ମୁହାଁ ହେବ । ଉତର-ଉତର ପଶ୍ଚିମ ଦିଗକୁ ଗତି କରି ଉପକୂଳ ମୁହାଁ ହେବ ବାତ୍ୟା ୟଶ । ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟା ଉପକୂଳ ଛୁଇଁବ ବୋଲି ଆଇଏମଡି କହିଛି । ଉତର ଓଡିଶା-ପଶ୍ଚିମବଙ୍ଗ ଓ ବାଂଲାଦେଶ ତଟ ମଧ୍ୟରେ ଉପକୂଳ ଛୁଇଁବାର ସମ୍ଭାବନା ରହିଛି । ଟୁଇଟ ଯୋଗେ ସୂଚନା ଦେଲା ଭାରତୀୟ ପାଣିପାଗ କେନ୍ଦ୍ର ।