ହରିଶ୍ଚନ୍ଦ୍ର ସହାୟତା ରାଶି ବୃଦ୍ଧି କଲେ ନବୀନ
ଭୁବନେଶ୍ବର : ଗରିବ ଲୋକମାନେ ଯେପରି ତାଙ୍କ ପ୍ରିୟଜନଙ୍କ ଅନ୍ତେଷ୍ଟିକ୍ରିୟା ସଂପାଦନରେ କୌଣସି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି, ତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆରମ୍ଭ କରିଛନ୍ତି ହରିଶ୍ଚନ୍ଦ୍ର ସହାୟତା ଯୋଜନା । ଏହି ଯୋଜନାରେ ଅନ୍ତେଷ୍ଟି ପାଇଁ ଗ୍ରାମାଞ୍ଚଳରେ ଦୁଇ ହଜାର ଟଙ୍କା ଓ ସହରାଞ୍ଚଳରେ ତିନି ହଜାର ଟଙ୍କା ସହାୟତା ମିଳୁଥିଲା ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏହା ସହାୟତାକୁ ଗ୍ରାମାଞ୍ଚଳ ପାଇଁ ଦୁଇ ହଜାରରୁ ତିନି ହଜାର ଟଙ୍କା ଏବଂ ସହରାଞ୍ଚଳ ଓ ପୁରୀ ସ୍ବର୍ଗଦ୍ବାର ପାଇଁ ତିନି ହଜାରରୁ ଚାରି ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଏଥିନିମନ୍ତେ ପ୍ରତ୍ୟେକ ଗ୍ରାମପଞ୍ଚାୟତରେ ଏକ ରିଭଲଭିଂ ଫଣ୍ଡ ଖୋଲାଯାଇ ଏଥିପାଇଁ ୧୫ ହଜାର ଟଙ୍କା ଲେଖାଏ ଅର୍ଥ ପ୍ରଦାନ କରାଯାଇଛି।
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ହରିଶ୍ଚନ୍ଦ୍ର ସହାୟତା ରାଶିକୁ ଗ୍ରାମାଞ୍ଚଳ ପାଇଁ ୨ହଜାରରୁ ୩ ହଜାର ଟଙ୍କା ଏବଂ ସହରାଞ୍ଚଳ ଓ ପୁରୀ ସ୍ବର୍ଗଦ୍ବାର ପାଇଁ ୩ ହଜାରରୁ ୪ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଗ୍ରାମପଞ୍ଚାୟତରେ ଏକ ରିଭଲଭିଂ ଫଣ୍ଡ ଖୋଲାଯାଇ ୧୫ ହଜାର ଟଙ୍କା ଲେଖାଏ ଅର୍ଥ ପ୍ରଦାନ କରାଯାଇଛି।




admin 