୨୪ ଘଣ୍ଟାରେ ଦେଶରେ ୧୧, ୪୫୧ କରୋନା ସଂକ୍ରମିତ ଚିହ୍ନଟ
୨୪ ଘଣ୍ଟାରେ ଦେଶରେ ୧୧, ୪୫୧ କରୋନା ସଂକ୍ରମିତ ଚିହ୍ନଟ
ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ଦେଶରେ ୧୧,୪୫୧ କରୋନା ଭାଇରସ୍ ଜନିତ ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୩,୬୬,୯୮୭କୁ ବୃଦ୍ଧି ପାଇଛି । ଏହା ସହିତ ଆଜି ଦେଶରେ ୨୬୬ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪,୬୧,୦୫୭ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ କୋଭିଡ୍ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୩,୨୦୪ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୭,୬୩,୧୦୪ ।
ଏହାଛଡା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୪୨,୮୨୬ ।




admin 