୨୪ ଘଣ୍ଟାରେ ଦେଶରେ ୨୫,୪୬୭ କରୋନା ସଂକ୍ରମିତ ଚିହ୍ନଟ, ୩୫୪ ମୃତ
୨୪ ଘଣ୍ଟାରେ ଦେଶରେ ୨୫,୪୬୭ କରୋନା ସଂକ୍ରମିତ ଚିହ୍ନଟ, ୩୫୪ ମୃତ
ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ହ୍ରାସ ପାଉଥିଲେ ମଧ୍ୟ ପୂରା କମିବାର ନାଁ ଧରୁନି। ଇତିମଧ୍ୟରେ ବୈଜ୍ଞାନିକମାନେ ତୃତୀୟ ଲହର ପାଇଁ ସତର୍କ ରହିବାକୁ ସରକାରଙ୍କୁ ପରାମର୍ଶ ଦେଇଛନ୍ତି। ଅନ୍ୟପକ୍ଷରେ ଦେଶରେ ଗତ ୨୪ ଘଣ୍ଟାରେ ୨୫, ୪୬୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସରକାରୀସ୍ତରରେ ସୂଚନା ଦିଆଯାଇଛି। ସେହିପରି ୩୫୪ ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଆଜିର ମୃତକଙ୍କୁ ନେଇ ଦେଶରେ ମୃତ୍ୟୁ ସଂଖ୍ୟା ୪, ୩୫, ୧୧୦ରେ ପହଞ୍ଚିଛି। ସୁସ୍ଥ ହାର ୯୭.୬୮ ପ୍ରତିଶତ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ୩୯, ୪୮୬ ଜଣ ମେଡିକାଲ୍ରୁ ଡିସ୍ଚାର୍ଜ ହୋଇଛନ୍ତି। ବର୍ତ୍ତମାନ ପର୍ୟ୍ୟନ୍ତ ୩, ୧୭, ୨୦, ୧୧୨ ଜଣ କରୋନାରୁ ସୁସ୍ଥ ହୋଇଥିବା ସରକାରୀ ସୂତ୍ରରୁ ସୂଚନା ମିଳିଛି। ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି।। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୭,୪୯୩କୁ ବୃଦ୍ଧି ପାଇଛି। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୭ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୭ ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ସର୍ବାଧିକ ୨୦ ଜଣ ଥିବା ବେଳେ ଜଗତସିଂହପୁର ଜିଲ୍ଲାରୁ ୧୪ ଜଣ ଅଛନ୍ତି। ତେବେ ଖୋର୍ଦ୍ଧା ଜିଲ୍ଲାରୁ କେହି ପ୍ରାଣ ହରାଇନାହାନ୍ତି। ଏଣେ ଯାଜପୁର ଜିଲ୍ଲାରୁ ୬ ଜଣ ଓ ଢେଙ୍କାନାଳରୁ ୮ ଜଣ ଆକ୍ରାନ୍ତ ଅଛନ୍ତି। ବାଲେଶ୍ବର ଜିଲ୍ଲାରୁ ୫, ଅନୁଗୁଳ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।
ଅପରପକ୍ଷରେ ଭଦ୍ରକ ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ ପୁରୀ, ରାୟଗଡ଼ା ନବରଙ୍ଗପୁର ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ଥିବା ଜଣାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୬୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୫୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୮୦ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି।
ବର୍ତ୍ତମାନ ପର୍ୟ୍ୟନ୍ତ ରାଜ୍ୟରେ ୧୦, ୦୨, ୩୨୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୮୬, ୩୩୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୮, ୪୪୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।




admin 