୨୪ ଘଣ୍ଟାରେ ରାଜ୍ୟରେ ୧୧୦ କରୋନା ଆକ୍ରାନ୍ତ ଚିହ୍ନଟ

୨୪ ଘଣ୍ଟାରେ ରାଜ୍ୟରେ ୧୧୦ କରୋନା ଆକ୍ରାନ୍ତ ଚିହ୍ନଟ

୨୪ ଘଣ୍ଟାରେ ରାଜ୍ୟରେ ୧୧୦ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ କରୋନା ଗ୍ରାଫ ଉପରମୁହାଁ ହୋଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦୦ ପାର ହୋଇଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ରାଜ୍ୟରେ ମୋଟ ୧୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତନ୍ମଧ୍ୟରୁ କଟକ ଜିଲ୍ଲାରୁ ସର୍ବାଧିକ ୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୬୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୪୬ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୫୯୯ ଜଣକୁ ବଢ଼ିଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ପ୍ରକାଶ ଯେ, ଅନୁଗୁଳରୁ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ବାଲେଶ୍ୱର ୨, ବରଗଡ଼ ୪, ଭଦ୍ରକ ୧, କଟକ ୨୦, ଦେଓଗଡ଼ ୨, ଢେଙ୍କାନାଳ ୧, ଗଞ୍ଜାମ ୬, ଜଗତସିଂହପୁର ୨, ଯାଜପୁର ୫, ଝାରସୁଗୁଡ଼ା ୪, କଳାହାଣ୍ଡି ୨, କନ୍ଧମାଳ ୧, ଖୋର୍ଦ୍ଧା ୧୫, କୋରାପୁଟ ୧, ମୟୂରଭଞ୍ଜ ୯, ନବରଙ୍ଗପୁର ୨, ନୂଆପଡ଼ା ୯, ପୁରୀ ୩, ରାୟଗଡ଼ା ୧, ସମ୍ବଲପୁର ୪, ସୁନ୍ଦରଗଡ଼ ୭ ଓ ଷ୍ଟେଟପୁଲରୁ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୩୮ ହଜାର ୫୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭୦୫ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୩୫ ହଜାର ୯୨୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୯୧୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୮୭ ଲକ୍ଷ ୩୬ ହଜାର ୬୮୯ ସାମ୍ପୁଲ ଟେଷ୍ଟ୍ ହୋଇଛି