୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ୱର: ଆସନ୍ତାକାଲି ଉତ୍ତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ୭ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସମ୍ପୃକ୍ତ ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ମାଲକାନଗିରି ଓ କୋରାପୁଟ । ସେହିପରି ପ୍ରବଳ ବର୍ଷା ସମ୍ଭାବନା ନେଇ ଆସନ୍ତାକାଲି ପାଇଁ ୧୦ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସମ୍ପୃକ୍ତ ଜିଲ୍ଲାଗୁଡ଼ିକ ହେଲା ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୁଳ, ଦେବଗଡ଼ ଓ କଳାହାଣ୍ଡି ।