୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

୮ଟି ଜିଲ୍ଲାକୁ  ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର: ପଶ୍ଚିମବଙ୍ଗ ଓ ଏହାର ଆଖପାଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଘୂର୍ଣ୍ଣିବଳୟର ପ୍ରଭାବ ଆସନ୍ତା ୩ ଦିନ ପାଇଁ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏହାକୁ ଦୃଷ୍ଟିରେ ରଖି ୭ଟି ଜିଲ୍ଲା ପାଇଁ ଅରେଞ୍ଜ ଓ ୮ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲଶ ଭଦ୍ରକ, ଯାଜପୁର, ବାଲେଶ୍ୱର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ମୟୂରଭଞ୍ଜ ଓ କେନ୍ଦୁଝର । ସେହିପରି ଅନୁଗୁଳ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ାକୁ ଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।